ଯାଜପୁର ବିଞ୍ଝାରପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ୩ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ୍

ଯାଜପୁର ଟାଉନ୍(କେନ୍ୟୁଜ) : ଯାଜପୁର ବିଞ୍ଝାରପୁରରେ ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ବେଳେ କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ୩ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ। ଏମାନେ ଘଟଣା ପରଠାରୁ ଫେରାର ଥିଲେ। ଅଭିଯୁକ୍ତ ମାନଙ୍କୁ ଗିରଫ କରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା।

ଅଭିଯୁକ୍ତମାନେ ଗାଁକୁ ଫେରିଥିବା ଖବର ପାଇ ବିଞ୍ଝାରପୁର ଥାନା ଆଇଆଇସିଙ୍କ ନେତୃତ୍ୱରେ ଚଢାଉ କରି ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୂର୍ବରୁ ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମେତ ୨୦ ଜଣଙ୍କୁ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଛି। ମୋଟ ଗିରଫଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.