ରାଜ୍ୟରେ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା, ଜିଲ୍ଲାପାଳଙ୍କୁ ଆଲର୍ଟ କଲେ ସ୍ୱତନ୍ତ୍ର ରିଲିଫ କମିଶନର

କେନ୍ୟୁଜ(ବ୍ୟୁରୋ): ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ୨୪ ଘଣ୍ଟାରେ ନେବ ଡିପ୍‌ ଡ୍ରିପେସନ୍‌ର ରୂପ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଅଧିକ ବର୍ଷା ହୋଇପାରେ । ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।

ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଡିପ୍ରେସନର ରୂପ ନେଇଛି େଓ୍ଵଲ ମାର୍କଡ ଲୋ ପ୍ରେସର । ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ବର୍ତ୍ତମାନ ଡିପ୍ରେସନ ବିଶାଖାପାଟଣାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ । ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଡିପ୍‌ ଡିପ୍ରେସନରେ ପରିଣତ ହେବ । ଏହାପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି କାଲି ରାତିରେ ନର୍ସାପୁର ଓ ବିଶାଖାପାଟଣା ମଝିରେ ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ । ପ୍ରଭାବରେ ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶାରେ ତିନି ଦିନ ବର୍ଷା ସମ୍ଭାବନା ରହିଛି ।

ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତିନି ଦିନ ବର୍ଷା ହେବ । ଆସନ୍ତାକାଲି ପାଇଁ ୫ ଜିଲ୍ଲା ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୧୨ ଓ ୧୩ ତାରିଖ ପାଇଁ ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ । ସେହିପରି ୯ଟି ଜିଲ୍ଲା ନବରଙ୍ଗପୁର, କନ୍ଧମାଳ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକରୁ ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି । ୧୩ ଓ ୧୪ ତାରିଖ ପାଇଁ ୭ ଜିଲ୍ଲା ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା ଓ ଗଞ୍ଜାମ ପାଇଁ ୟେଲୋ ସତର୍କତା ଦେଇଛି ପାଣିପାଗ ବିଭାଗ । ଲଘୁଚାପ ପାଇଁ ଗୋପାଳପୁର ବନ୍ଦରକୁ ୩ ନମ୍ବର ଓ ଅନ୍ୟ ସବୁ ବନ୍ଦର ପାଇଁ ଏକ ନମ୍ବର ବିପଦସଙ୍କେତ ଜାରି କରାଯାଇଛି । ୪୫-୫୫ କିଲୋମିଟର ବେଗରେ ପବନ ବହିପାରେ । ଆସନ୍ତା ୧୩ ତାରିଖ ଯାଏଁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି କରିଯାଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.