ସୁନ୍ଦରଗଡ଼ : ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ, ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ୨ ନୂଆ ଆକ୍ରାନ୍ତ

ସୁନ୍ଦରଗଡ଼:  ରାଜ୍ୟରେ ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତ ୩ ପଜିଟିଭ୍‌ ସୁନ୍ଦରଗଡ଼ ଜିଲ୍ଲା ରାଉରକେଲାର ବୋଲି ସୂଚନା ମିଳିଛି। ଫଳରେ ସୁନ୍ଦରଗଡ଼ରେ ସଂକ୍ରମିତଙ୍କ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରେ ୨ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି। ପୁରୁଷଙ୍କ ବୟସ ୨୩ ଓ ୬୦ ବର୍ଷ, ମହିଳାଙ୍କ ବୟସ ୫୭। ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ୨ ନୂଆ ଆକ୍ରାନ୍ତ। ଅନ୍ୟ ଜଣେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ସନ୍ଦେହ କରାଯାଉଛି। ୩ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି। ପୂର୍ବରୁ ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ବ୍ଲକରେ ୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍‌ରେ ସୂଚନା ମିଳିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.