Below header

ରାଜ୍ୟରେ କାଳବୈଶାଖୀ ଆଶଙ୍କା, ୧୦ ଜିଲ୍ଲାକୁ ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର(କେନ୍ୟୁଜ): ରାଜ୍ୟର କେତେକ ସ୍ଥାନରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ହେବାର ଆଶଙ୍କା ରହିଛି। ଏନେଇ ପାଣିପାଗ ବିଭାଗ ତରଫରୁ ପୂର୍ବାନୁମାନ କରାଯାଇଛି। ସୂଚନାନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଖୋର୍ଦ୍ଧା, କଟକ, ପୁରୀ, ଗଞ୍ଜାମ, କନ୍ଧମାଳ, ନୟାଗଡ଼, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ସହ ଘୁର୍ଣ୍ଣିଝଡ଼ ହେବା ସମ୍ଭାବନା ରହିଛି।

ଆଜି ଅପରାହ୍ନରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ତରଫରୁ ମିଳିଥିବା ସୂଚନାନୁସାରେ ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବୋହିବା ସହ ବିଜୁଳି ଘଡଘଡି ଓ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଥିବା ପାଣିପାଗ ସୂତ୍ରରୁ ଜଣାପଡିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.