୩ରୁ ୪ ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ହୋଇପାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଓ ଝଡ଼ ପବନ

ଝାରସୁଗୁଡାରେ ଘଣ୍ଟାପ୍ରତି ୪୫ରୁ ୫୦ କିଲୋମିଟର ବେଗରେ ପବନ ରେକର୍ଡ କରାଯାଇଛି । ସେହିପରି କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ଅଞ୍ଚଳରେ ବି ହୋଇଛି ବର୍ଷା ପବନ । ଆଗାମୀ ୩ରୁ ୪ ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି ।

କେନ୍ୟୁଜ୍(ବ୍ୟୁରୋ): ଗ୍ରୀଷ୍ମକୋପରୁ ମିଳିଛି ଆଶ୍ୱସ୍ତି । କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଖସିଛି ଦିନ ତାପମାତ୍ରା । ଅସହ୍ୟ ଖରା ତାତିରୁ ତ୍ରାହି ମିଳିଛି । ପଶ୍ଚିମ ଓଡ଼ିଶାରେ ଲାଗି ରହିଛି କାଳବୈଶାଖୀ ପ୍ରଭାବ । ଝାରସୁଗୁଡାରେ ଘଣ୍ଟାପ୍ରତି ୪୫ରୁ ୫୦ କିଲୋମିଟର ବେଗରେ ପବନ ରେକର୍ଡ କରାଯାଇଛି । ସେହିପରି କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ଅଞ୍ଚଳରେ ବି ହୋଇଛି ବର୍ଷା ପବନ । ଆଗାମୀ ୩ରୁ ୪ ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏହାର ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଓ ଝଡ଼ ପବନ ହେବ । ଆସନ୍ତାକାଲି ଓ ତାପରଦିନ ଅଧିକ ରହିବ କାଳବୈଶାଖିର ପ୍ରଭାବ ।

ଆସନ୍ତାକାଲି ପାଇଁ ଉତ୍ତର, ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଝଡ଼ ବର୍ଷା ନେଇ ୧୮ ଜିଲ୍ଲାକୁ ଝଡ଼ ବର୍ଷା ନେଇ ଅରେଞ୍ଜ ଓ୍ଵାର୍ଣ୍ଣ ଦିଆଯାଇଛି । ସେସବୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୪ ତାରିଖରେ ଅଧିକ ରହିବ କାଳବୈଶାଖୀ ପ୍ରଭାବ । ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ସହ କୁଆପଥର ମାଡ଼ ହେବ । ୨୪ ତାରିଖ ପାଇଁ ୨୧ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । କୋରାପୁଟ, ରାୟଗଡ଼ା, ଢେଙ୍କାନାଳ, ଯାଜପୁର ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଘଣ୍ଟାପ୍ରତି ପବନର ବେଗ ୪୦-୫୦ କିଲୋମିଟର ରହିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.