ରାଜ୍ୟରେ କାଳବୈଶାଖୀ ପ୍ରଭାବ, ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି କାଳବୈଶାଖୀ । କାଳବୈଶାଖୀ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି। କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ଗଞ୍ଜାମ, ଗଜପତି, ମୟରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଭୁବନେଶ୍ବର ପାଣିପାଗ ବିଭାଗ । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ କୁଆପଥର ବର୍ଷା ନେଇ ଆଶଙ୍କା । କିଛି ସ୍ଥାନରେ ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ଅନ୍ୟ ୨୨ ଜିଲ୍ଲାକୁ କାଲି ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରଯାଇଛି ।
ସେହିପରି ୨ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ୭ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଥିବା ବେଳେ ୨୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଝଡ଼ବର୍ଷା ଆଶଙ୍କା କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଜୁଳି ଘଡ଼ଘଡ଼ି ସମୟରେ ଘରୁ ନବାହାରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।
ଆହୁରି ପଢ଼ନ୍ତୁ : ବିଲରେ ପାଣି ମଡ଼ାଇବା ବେଳେ ବଜ୍ରପାତ, ଗୋଟିଏ ପରିବାରର ୩ ମୃତ