ଓଡ଼ିଶାରେ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ, ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

କେନ୍ୟୁଜ(ବ୍ୟୁରୋ): ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ । ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ବାଲେଶ୍ୱର, ଭଦ୍ରକ ଓ ଢ଼େଙ୍କାନାଳ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ୬ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଭୀଷଣ ଘୂର୍ଣ୍ଣିଝଡ଼ ହବ। ବିଜୁଳି, ଘଡ଼ଘଡ଼ି ଓ ବର୍ଷା ପବନର ସମ୍ଭାବନା ରହିଛି ରହିଛି।

ସେହିଭଳି ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ଅନୁଗୁଳ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ୬ଟି ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ହେବ । ବିଜୁଳି, ଘଡ଼ଘଡ଼ି, ବର୍ଷାପବନର ସମ୍ଭାବନା ରହିଛି ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.