୬ ଜିଲ୍ଲାରେ ଆଜି ଘଡଘଡି ସହ ହେବ ବର୍ଷା, ପାଣିପାଗ ବିଭାଗର ଆଲର୍ଟ

୨ ଦିନ ରାଜ୍ୟରେ ପାଗ ଶୁଖିଲା ରହିବା ପରେ ୩୦ ତାରିଖ ଆଡ଼କୁ ପୁଣି ବର୍ଷା ହୋଇପାରେ। ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ମଧ୍ୟ ହୋଇପାରେ।

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ମୌସୁମୀ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ବେଳେ ଗତକାଲି ଶାହଜାହନପୁର, ମୁଜାଫର୍ପୁର, ପୂର୍ଣ୍ଣିଆ, ବଙ୍କୁରା ହୋଇ ଦକ୍ଷିଣପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଆଡ଼କୁ ଲମ୍ବିଛି। ଫଳରେ ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ୨ ଦିନ ରାଜ୍ୟରେ ପାଗ ଶୁଖିଲା ରହିବା ପରେ ୩୦ ତାରିଖ ଆଡ଼କୁ ପୁଣି ବର୍ଷା ହୋଇପାରେ। ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ମଧ୍ୟ ହୋଇପାରେ। ଏପଟେ ଆସନ୍ତା ସପ୍ତାହ କିମ୍ବା ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପାଗ ଅନୁକୂଳ ହେବ ବୋଲି ସମ୍ଭାବନା ରହିଛି। ଏନେଇ ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ ପୂର୍ବନୁମାନ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.