ଆଜିଠୁ ରାଜ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା, ୧୨ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ପଶ୍ଚିମାଝଡ଼ ପ୍ରଭାବରେ କାଲିଠୁ ପାଗ ମେଘୁଆ ରହିଥିବାବେଳେ ଆଜିଠୁ ବର୍ଷା ହେବା ସହ ୪୦ରୁ ୫୦ କିମି ବେଗରେ ପବନ ବି ବହିବ । ଏଭଳି ପାଗ ୧୮ ତାରିଖ ଯାଏଁ ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ । ପଶ୍ଚିମାଝଡ଼ ପ୍ରଭାବରେ କାଲିଠୁ ପାଗ ମେଘୁଆ ରହିଥିବାବେଳେ ଆଜିଠୁ ବର୍ଷା ହେବା ସହ ୪୦ରୁ ୫୦ କିମି ବେଗରେ ପବନ ବି ବହିବ । ଏଭଳି ପାଗ ୧୮ ତାରିଖ ଯାଏଁ ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।ଉତ୍ତର ଉପକୂଳ ରାଜ୍ୟରେ ଘଡଘଡି ବିଜୁଳି ସହିତ ବର୍ଷା ହେବ । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୧୨ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ମଙ୍ଗଳବାଠାରୁ ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ଆରମ୍ଭ ହୋଇଥିବା ବେଳେ ନୟାଗଡ଼, କଳାହାଣ୍ଡି ସମେତ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ବୁଧବାର ରାଜ୍ୟର ଦାରିଙ୍ଗବାଡ଼ି, ଭବାନୀପାଟଣା ଓ ବାଲେଶ୍ୱର ଆଦିରେ ହାଲୁକା ବର୍ଷା ହୋଇଛି। ତେବେ ଗୁରୁବାର ବର୍ଷାର ପ୍ରକୋପ ବୃଦ୍ଧି ପାଇବାକୁ ଥିବା ବେଳେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦିରେ ବିଜୁଳି ଘଡ଼ଘଡ଼ ସହିତ ବର୍ଷା ହେବ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆଜିଠାରୁ ପଶ୍ଚିମା ଝଡ଼ର ପ୍ରଭାବ ଅଧିକ ରହିବ । ସେଥିଲାଗି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ସମସ୍ତ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି। ୧୭ତାରିଖରୁ ବର୍ଷାର ବିସ୍ତୃତି ବଢ଼ିବ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.