ତାତି ସାଙ୍ଗକୁ ଜାରି ରହିଛି କାଳବୈଶାଖୀ, ଆଜି ଘଡ଼ଘଡ଼ି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୨୦ଯାଏ କାଳବୈଶାଖୀ । ଉପକୂଳ ଓ ଉତ୍ତର ଓଡ଼ିଶାରେ ପାଗ କୋହଲା ସହ ସାମାନ୍ୟ ଖସିଛି ତାପମାତ୍ରା । ଆଜି ବିଜୁଳି ଓ ଘଡ଼ଘଡ଼ି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ଭୁବନେଶ୍ୱର (କେନ୍ୟୁଜ): ୨୦ଯାଏ କାଳବୈଶାଖୀ । ଉପକୂଳ ଓ ଉତ୍ତର ଓଡ଼ିଶାରେ ପାଗ କୋହଲା ସହ ସାମାନ୍ୟ ଖସିଛି ତାପମାତ୍ରା । ଆଜି ବିଜୁଳି ଓ ଘଡ଼ଘଡ଼ି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ ଓ ଯାଜପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେହିପରି ଆସନ୍ତାକାଲି ପାଇଁ ୧୨ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ରାଜ୍ୟରେ ୩ ଦିନ ଯାଏ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ପରବର୍ତ୍ତୀ ୩ରୁ ୪ ଦିନ ଯାଏ ବିଭିନ୍ନ ସ୍ଥାନପେ ତାପମାତ୍ରା ୩ରୁ ୫ ଡିଗ୍ରୀ ସେଲସିୟସ ଯାଏ ଖସିପାରେ । ଆଗାମୀ ୩ ଦିନ ଯାଏ ଉପକୂଳ ଓଡ଼ିଶାରେ ୩୪ରୁ ୩୬ ଡିଗ୍ରୀ ସେଲସିୟସ ମଧ୍ୟରେ ଦିନ ତାପମାତ୍ରା ରହିବାର ସମ୍ଭାବନା ରହିଛି । ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଦିନ ତାପମାତ୍ରା ୩୭ରୁ ୩୯ ଡିଗ୍ରୀ ମଧ୍ୟରେ ରହିବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.