Below header

କାଲି ହୋଇପାରେ ବର୍ଷା ଓ ବଜ୍ରପାତ, ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ୍‌) : ଆସନ୍ତାକାଲି ସକାଳ ସୁଦ୍ଧା ରାଜ୍ୟର ୧୬ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି । ଏନେଇ ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ଓ ରାୟଗଡ଼ା ।

ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ୧୯ ତାରିଖ ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଓ ୨୦ ତାରିଖ ପାଇଁ ୮ଟି ଜିଲ୍ଲାରୁ ଜାରି ହୋଇଛି ୟେଲୋ ସତର୍କତା । ଏହାର ପ୍ରଭାବରେ ଆଗକୁ ରାଜ୍ୟରେ ଦିନର ତାପମାତ୍ରା ଆହୁରି କମିବା ସମ୍ଭାବନା ରହିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.