ତାତିରୁ ମିଳିଛି ଆଶ୍ବସ୍ତି, ଆହୁରି ୪ ଦିନ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର :  ତାତିରୁ ସାମାନ୍ୟ ଆଶ୍ବସ୍ତି ଦେଇଛି କାଳବୈଶାଖୀ ।  ଆଗାମୀ ୪ଦିନ ଯାଏ କାଳବୈଶାଖୀ ପ୍ରଭାବରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା । ୨୪ ଘଣ୍ଟାରେ ୫ଜିଲ୍ଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।  ବିଜୁଳି ଓ ଘଡ଼ଘଡ଼ି ନେଇ ଏହି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆଜି ପାଗ ଶୁଖିଲା ରହିବ ।

ଆସନ୍ତାକାଲି ତିନି ଜିଲ୍ଲା ମାଲକାନଗିରି, କୋରାପୁଟ ଓ ରାୟଗଡ଼ାରେ ହାଲୁକାରୁ ମଧ୍ୟମ ବର୍ଷାର ସମ୍ଭାବନା ରହିଛି ।  ୮ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ହାଲୁକାରୁ ମଧ୍ୟମ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ପଶ୍ଚିମ ଓଡ଼ିଶାରେ ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ପାର କରିବା ସମ୍ଭାବନା ରହିଛି  ।

 

ଆହୁରି ପଢ଼ନ୍ତୁ :  ୪୦ଂ ତଳକୁ ଖସିଲା ପାରଦ, ୧୦ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା