ରାଜ୍ୟ

ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ : ଉଡିଗଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି, ସାନଖେମୁଣ୍ଡି, ଚିକିଟି ସମେତ ଜିଲ୍ଲାର ବିଭିନ୍ନ ସ୍ଥାନରେ କାଳ ବୈଶାଖୀ ପ୍ରଭାବରେ ବର୍ଷା, ପବନ ସହ ଘଡଘଡି ହୋଇଛି । ବର୍ଷା ପବନ ଯୋଗୁ ଅନେକ ଅଞ୍ଚଳରେ ବିଦ୍ୟୁତ ସରାବରାହ ବନ୍ଦ ହୋଇଯାଇଥିବା ବେଳେ ଗଛ ଉପୁଡି ରାସ୍ତା ଉପରେ ପଡିଛି ।

ସେହିପରି ଗଜପତି ଜିଲ୍ଲା ମୋହନା ଓ ଏହାର ଆଖପାଖ ଅଞ୍ଚଳରେ ମଧ୍ୟ କାଳବୈଶାଖୀ ତାଣ୍ଡବ ରଚିଛି । ପ୍ରବଳ ବର୍ଷା ପବନ ଯୋଗୁ ଚନ୍ଦ୍ରଗିରି,ଅଡବା, ମୋହନା ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ତାର ଛିଣ୍ଡିଯିବା ସହ ବିଦ୍ୟୁତ ସରବରାହ ବନ୍ଦ ରହିଛି । କିଛି ସ୍ଥାନରେ କଚ୍ଚା ଘର ନଷ୍ଟ ହୋଇଯାଇଛି । ଅଡବା ଠାରେ ବିଦ୍ୟୁତ ଖୁଣ୍ଟ ଏବଂ ଗଛ ପଡି ରାସ୍ତା ବନ୍ଦ ରହିଛି ।

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକରେ କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି । ଶିକରପାଇ ମୁଖ୍ୟ ସଡ଼କରେ ଗଛପଡି ରାସ୍ତା ଅବରୋଧ ହୋଇଛି । ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ରାସ୍ତା ସଫା କରୁଛନ୍ତି।

ଅନ୍ୟପଟେ ରେକର୍ଡ ପରେ ରେକର୍ଡ ଭାଙ୍ଗୁଛି ରାଜଧାନୀ ଭୁବନେଶ୍ୱରର ତାତି। କେବଳ ଭୁବନେଶ୍ୱର କାହିଁକି, ଜଳୁଛି କଟକ ସହର। ଗତ ୩ ଦିନ ହେଲା ପାଣିପାଗ ବିଭାଗର ରେଡ୍ ଆଲର୍ଟରେ ଟ୍ୱିନସିଟି । ଛଟପଟ ହେଉଛନ୍ତି ଦୁଇ ମହାନଗରୀର ଜନତା । ଗତକାଲି ୪ ସହରର ତାପମାତ୍ରା ୪୪ ଡିଗ୍ରୀ ଉପରେ ରେକର୍ଡ ହୋଇଛି । ୪୩ ଉପରେ ୧୨ ସହରର ତାପମାତ୍ରା ରହିଛି । ଆଉ ୨ ଦିନ ଗ୍ରୀଷ୍ମ ପ୍ରବାହ ହେବ ।

Barsha

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

17 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

1 hour ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago