ଜାରି ରହିବ ଗ୍ରୀଷ୍ମ ପ୍ରବାହ: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): ତାତିରୁ ନାହିଁ ନିସ୍ତାର। ଆଗାମୀ ପାଞ୍ଚଦିନ ଯାଏ ତାପମାତ୍ରାରେ ହେବନି ବିଶେଷ ପରିବର୍ତ୍ତନ। ରାଜ୍ୟର ଅଧିକାଂଶ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ପାଖାପାଖି ରହିବ। ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୪ ଡିଗ୍ରୀ ଅଧିକ ରହିବ।

ମଧ୍ୟାହ୍ନ ସମୟରେ ଗ୍ରୀଷ୍ମଲହରୀ ପ୍ରବାହିତo ହେବାର ଆଶଙ୍କା ଥିବାରୁ ଲୋକମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷାର ସମ୍ଭାବନା ରହିଛି। ଅନ୍ୟ ସମସ୍ତ ସ୍ଥାନରେ ପାଗ ଶୁଖିଲା ରହିବ ବୋଲି କୁହାଯାଇଛି।

 

 

You might also like