Below header

୧୦ ତାରିଖରେ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟିର ଆଶଙ୍କା, ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍‌) :  ୧୦ ତାରିଖ ବେଳକୁ ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହ ଅଧିକ ଘନୀଭୂତ ହୋଇ କ୍ରମଶଃ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗର ଗତି କରିବ । ପରବର୍ତ୍ତୀ ୪-୫ ଦିନ ଭିତରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ଵାଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ଆଶଙ୍କା ଦେଖାଯାଇଛି । ସେହିପରି ଆସନ୍ତାକାଲି ପାଇଁ ୪ ଜିଲ୍ଳାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଭାରତୀୟ ପାଣିପାଗ ଭିବାଗ ଏ ନେଇ ପୂର୍ବାନୁମାନ କରିଛି ।

ପ୍ରକାଶଯୋଗ୍ୟ , ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ଦେଶର ବହୁ ରାଜ୍ୟରୁ ପ୍ରତ୍ୟାବର୍ତ୍ତନ କରିବା ଆରମ୍ଭ କରିଛି । ହେଲେ ଏପର୍ଯ୍ୟନ୍ତ ଓଡ଼ିଶାରେ ଦକ୍ଷିଣ- ପଶ୍ଚିମ ମୌସୁମୀର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇନାହିଁ। ଏସ୍ଥିତିରେ ଆସନ୍ତା ଅକ୍ଟୋବର ୧୦ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ନେଇ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଛି।

ଏହି ଲଘୁଚାପ କ୍ଷେତ୍ରଟି ଅଧିକ ଘନୀଭୂତ ହେବା ସହ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଆଗାମୀ ୩ରୁ ୪ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପକୂଳ ଦେଇ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଏବେ ଉତ୍ତର-ପୂର୍ବ ଦିଗରେ ସମୁଦ୍ର ପତ୍ତନ ଠାରୁ ୩.୧ କିଲୋମିଟର ଉଚ୍ଚତାରେ ଏକ ଟ୍ରଫ୍ ଲାଇନ୍ ସୃଷ୍ଟି ହୋଇଛି।

ଏହି ଟ୍ରଫ୍ ଲାଇନ୍ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ରହିଛି ବୋଲି ଆଜି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି ।

ଏହାର ପ୍ରଭାବରେ ଶନିବାର ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାରେ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.