ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ : ୨୪ ଘଣ୍ଟା ମଧ୍ୟରେ ୧୧ ଜିଲ୍ଲାରେ ପ୍ରବଳ ବର୍ଷା, ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଏବେ ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୧.୫ କିଲୋମିଟ ଯାଏ ଉତ୍ତର ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଛତିଶଗଡ଼ ଯାଏ ବ୍ୟାପିଛି । ଏହାର ପ୍ରଭାବରେ ଓଡ଼ିଶାରେ ଜାରି ରହିଛି ବର୍ଷା । କେଉଁଠି ମୂଷଳଧାରାରେ ବର୍ଷୁଛି ତ ଆଉ କେଉଁଠି ଝିପିଝିପି ବର୍ଷା ଲାଗି ରହିଛି । ୯ ତାରିଖ ଯାଏ ବର୍ଷା ହେବ ।

ଆସନ୍ତା ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗତ ୫ ଦିନ ଭିତରେ ରାଜ୍ୟରେ ମୋଟ ୫୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.