ରାଜ୍ୟର କିଛି ଜିଲ୍ଲାରେ ବଜ୍ରପାତ ଓ ବର୍ଷା ଆଶଙ୍କା , ୯ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଭୁବନେଶ୍ୱର (କେନ୍ୟୁଜ): ବଜ୍ରପାତ ଓ ବର୍ଷା ଆଶଙ୍କା । ରାଜ୍ୟର କିଛି ଜିଲ୍ଲାରେ ବଜ୍ରପାତ ଓ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା । ୯ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା,କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା ଜିଲ୍ଲାକୁ ୟୋଲୋ ଓ୍ଵାର୍ଣ୍ଣିଂ ।

ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ କରାଇଲେ ସ୍ୱତନ୍ତ୍ର ରିଲିଫ କମିଶନର । ୟେଲୋ ଓ୍ଵାର୍ଣ୍ଣିଂ ଜାରି ଜିଲ୍ଲାରେ ପ୍ରଶାସନ ସଜାଗ ରହିବାକୁ ପରାମର୍ଶ । ଏହା ସହ ବିଜୁଳି ଘଡ଼ଘଡ଼ି ଜନିତ କ୍ଷୟକ୍ଷତି ସମ୍ପର୍କରେ ରିପୋର୍ଟ ଦେବାକୁ ପରାମର୍ଶ ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.