ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ନେଇ ୧୫ ଜିଲ୍ଲାକୁ ସତର୍କତା

ଭୁବନେଶ୍ୱର(କେନ୍ୟୁଜ୍‌): ୧୫ ଜିଲ୍ଲାକୁ ବଜ୍ରପାତ ସତର୍କତା। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇଛି। ପବନ ସହ ବିଜୁଳି ଘଡଘଡି ମାରିଛି। ନବରଙ୍ଗପୁର, ସମ୍ବଲପୁର ଏବଂ ଚାନ୍ଦବାଲିରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ନେଇ ୧୫ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ।

ମଙ୍ଗଳବାର ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ କମିଛି। ପଶ୍ଚିମ ଓଡ଼ିଶାବାସୀଙ୍କୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ତଥାପି ଗତକାଲି ୪ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିତିଲା। ୪୩ ଡିଗ୍ରୀ ସହ ବୌଦ୍ଧ ପୁଣି ରାଜ୍ୟର ସବୁଠୁ ଉତ୍ତପ୍ତ ସହରରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି।

ଉପୂକଳ ଓଡ଼ିଶାର କିଛି ଅଞ୍ଚଳ ସହ ମୟୂରଭଞ୍ଜ , ଢେଙ୍କାନାଳ , କନ୍ଧମାଳ ଓ ରାୟଗଡା ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ସତର୍କ ସୂଚନା ଜାରି କରାଯିବା ପରେ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ସମ୍ଭାବ୍ୟ ସ୍ଥିତିର ମୁକାବିଲା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ ଆୟୁକ୍ତ ପ୍ରଦୀପ ଜେନା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.