ଆଜି ତାଣ୍ଡବ ରଚିବ କାଳବୈଶାଖୀ ବର୍ଷା: ୭ ଜିଲ୍ଲାକୁ ଅରେଞ୍ଜ, ୮ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି କାଳବୈଶାଖୀ । ଆଜି ତାଣ୍ଡବ ରଚିବ କାଳବୈଶାଖୀ ବର୍ଷା । ଆଜି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ଯାଜପୁର ଜିଲ୍ଲାକୁ କାଳବୈଶାଖୀ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି ଅଞ୍ଚଳରେ କୁଆପଥର ସହ ପ୍ରବଳ ବର୍ଷା ହୋଇପାରେ। ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ।
କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କାଳବୈଶାଖୀ ପ୍ରଭାବରେ ସାରା ରାଜ୍ୟରେ ଦିନ ତାପମାତ୍ରା ୩୭ ଡିଗ୍ରୀକୁ ଖସି ଆସିଥିବାବେଳେ ାଗାମୀ ୩ ଦିନ ପରେ ୪ ଡିଗ୍ରୀ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରା ବଢିବା ସମ୍ଭାବନା ରହିଛି ।
ଆହୁରି ପଢ଼ନ୍ତୁ : ପୁରୀ ରଥଯାତ୍ରା ପାଇଁ ପ୍ରସ୍ତୁତି, କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଆଜି ସମନ୍ବୟ ବୈଠକ