ରାଜାନ୍ଦ୍ରିଭିଷେକରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ, ଶୃଙ୍ଖଳିତ ପରିଚାଳନା ପାଇଁ ବିଶେଷ ଗୁରୁତ୍ୱ

ଶୃଙ୍ଖଳିତ ନୀତିକାନ୍ତି ସହ ମହାପ୍ରଭୁଙ୍କ ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା କିଭଳି ସୁରୁଖୁରୁରେ ସମ୍ପନ୍ନ ହେବ ସେନେଇ ଛତିଶା ନିଯୋଗ ସେବାୟତ ସଦସ୍ୟଙ୍କ ସହଯୋଗ ଲୋଡିଛି ଶ୍ରୀମନ୍ଦିର ପ୍ରଶାସନ। ଆସନ୍ତା ୪ ତାରିଖରେ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା।

ପୁରୀ(କେନ୍ୟୁଜ୍): ମହାପ୍ରଭୁଙ୍କ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ। ଆସନ୍ତା ୩୦ ତାରିଖରୁ ମହାପ୍ରଭୁଙ୍କ ରାଜାନ୍ଦ୍ରିଭିଷେକ ପଡୁଥିବା ବେଳେ ସେହି ଦିନଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟକୁ ଚୂଡାନ୍ତ କରିଛି ଛତିଶା ନିଯୋଗ। ଶୃଙ୍ଖଳିତ ନୀତିକାନ୍ତି ସହ ମହାପ୍ରଭୁଙ୍କ ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା କିଭଳି ସୁରୁଖୁରୁରେ ସମ୍ପନ୍ନ ହେବ ସେନେଇ ଛତିଶା ନିଯୋଗ ସେବାୟତ ସଦସ୍ୟଙ୍କ ସହଯୋଗ ଲୋଡିଛି ଶ୍ରୀମନ୍ଦିର ପ୍ରଶାସନ। ଆସନ୍ତା ୪ ତାରିଖରେ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ସେଦିନ ବିଶେଷ ନୀତିକାନ୍ତି ଥିବାରୁ ଏହାକୁ କିଭଳି ଶୃଙ୍ଖଳିତ ଭାବେ ପରିଚାଳିତ କରାଯିବ ସେନେଇ ବିଶେଷ ଗୁରୁତ୍ୱ ଦିଆଯାଇଛି।

ରଥଯାତ୍ରାରେ ଲକ୍ଷ ଲକ୍ଷ ଭକ୍ତ ଶ୍ରଦ୍ଧାଳୁଙ୍କ ସମାଗମ ହେବାକୁ ଥିବାରୁ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଜୋରସୋରରେ ଆଗେଇ ଚାଲିଛି। ରଥଯାତ୍ରା ପୂର୍ବରୁ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶେଷ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି। ଖୁବଶୀଘ୍ର ଭକ୍ତଙ୍କୁ ଚାରିଦ୍ୱାରରେ ପ୍ରବେଶ ଅନୁମତି ଦିଆଯାଉ ବୋଲି ଦାବି କରିଛନ୍ତି ସେବାୟତ। ସେପଟେ ଆସନ୍ତା ସ୍ନାନ ପୂର୍ଣ୍ଣିମା ଓ ଘୋଷଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସମସ୍ତ ସହଯୋଗ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ସେବାୟତ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.