Categories: ରାଜ୍ୟ

ଲିଙ୍ଗରାଜଙ୍କ ରୁକୁଣା ରଥର ନୀତିକାନ୍ତି ସମୟ ହେଲା ଧାର୍ଯ୍ୟ , ଜାଣନ୍ତୁ କେଉଁ ଦିନ ହେବ ଅନୁଷ୍ଠିତ

ଭୁବନେଶ୍ୱର (କେନ୍ୟୁଜ୍): ଆସନ୍ତା ୧୩ତାରିଖରେ ହେବାକୁ ଥିବା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥାଯାତ୍ରା ପାଇଁ ଆଜି ସ୍ୱତନ୍ତ୍ର ସର୍କିଟ୍ ହାଉସରେ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରଥଯାତ୍ରାଠାରୁ ବାହୁଡ଼ାଯାତ୍ରା ପର‌୍ୟ୍ୟନ୍ତ ବିଭିନ୍ନ ସରକାରୀ ବିଭାଗର କାର‌୍ୟ୍ୟ ସହ ଆଇନ ଶୃଙ୍ଖଳା ସଂପର୍କରେ ଆଲୋଚନା ହୋଇଥିଲା। ମନ୍ଦିର ଟ୍ରଷ୍ଟବୋର୍ଡ ସଭାପତି ତଥା ଅତିରିକ୍ତ ଜିଲ୍ଲାପାଳ ଅରୁଣ କୁମାର ବେହେରାଙ୍କ ଅଧ୍ୟକ୍ଷତା ଓ ମନ୍ଦିର କାର‌୍ୟ୍ୟନିର୍ବାହୀ ଅଧିକାରୀ ପ୍ରଦୀପ କୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ସରକାରୀ ଅଧିକାରୀ ଉପସ୍ଥିତ ଥିଲେ।

ବୈଠକରେ ନିଷ୍ପତ୍ତି ନିଆଯାଇଛି, ସମସ୍ତ ନୀତିକାନ୍ତି ଧାର‌୍ୟ୍ୟ ସମୟରେ ଶେଷ କରିବା ପରେ ଅପରାହ୍ଣ ୪ଟାରେ ରଥ ଟଣା ହେବ। ଏହାସହ ଉକ୍ତଦିନ ସଂଧ୍ୟା ପୂର୍ବରୁ ରଥ ମାଉସୀ ମା’ ମନ୍ଦିର ନିକଟରେ ପହଞ୍ଚିବ। ମନ୍ଦିର ପ୍ରଶାସନରୁ ମିଳିଥିବା ସୂଚନା ଅନୁଯାୟୀ, ରୁକୁଣା ରଥ ଯାତ୍ରା ଠାରୁ ଠାକୁର ମନ୍ଦିରକୁ ପ୍ରତ୍ୟାବର୍ତନ କରିବା ପର‌୍ୟ୍ୟନ୍ତ ସମସ୍ତ କାର‌୍ୟ୍ୟ ଯେପରି ଶାନ୍ତି ଶୃଙ୍ଖଳାର ସହ ହେବ, ଟ୍ରାଫିକ ବ୍ୟବସ୍ଥା ଠିକ୍ ଭାବେ ପରିଚାଳନା ହେବ ସେଥିପାଇଁ କମିସନରେଟ୍ ପୁଲିସ ପଦକ୍ଷେପ ନେବ।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି ରାଶି ଅନୁସାରେ କିପରି କଟିବ ଆପଣଙ୍କ ଦିନ

ମେଷ : ଆଜି ଆପଣଙ୍କ ଦ୍ୱାରା କିଛି ଭୁଲ ହୋଇପାରେ । ଘରେ ସମସ୍ତଙ୍କ ସହିତ ଭଲ ବ୍ୟବହାର କରନ୍ତୁ,…

1 hour ago

ଶ୍ରୀମନ୍ଦିର ପରିସରରେ ଥିବା କୂଅରେ ପଡିଲେ ଶ୍ରଦ୍ଧାଳୁ, ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ସୁରକ୍ଷିତ ଉଦ୍ଧାର

ଶ୍ରୀମନ୍ଦିର ପରିସରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ଶ୍ରଦ୍ଧାଳୁ ଆନନ୍ଦବଜାରର ଉତ୍ତର ପାର୍ଶ୍ଵରେ ଥିବା ଏକ…

3 hours ago

ବିବାହ ଷ୍ଟେଜ୍‌ରେ କନିଆଁଙ୍କୁ ଚୁମ୍ବନ ଦେଇ ହଟହଟା ହେଲେ ବର

ଉତ୍ତରପ୍ରଦେଶରୁ ସମ୍ନାକୁ ଆସିଛି ଏକ ଅଜବ ଘଟଣା । ବାହାଘର ଚାଲିଥିବା ବେଳେ କନିଆଁକୁ ଚୁମା ଦେଇ ମାଡ଼ ଖାଇଲେ…

5 hours ago

ପୋଲିସ-ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ, ୭ ହାର୍ଡ କୋର ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ।…

5 hours ago

ଗାଈର ଡକାରରୁ ତିଆରି ହେଉଛି ହୀରା, କିପରି କାଣନ୍ତୁ…

ଆମ ସଂସ୍କୃତି, ପରମ୍ପରାରେ ଗାଈକୁ ପୂଜା କରାଯାଏ । ଗାଈ ଦେହରେ ଥାଆନ୍ତି ୩୩ କୋଟି ଦେବତା । ସେଥିପାଇଁ…

5 hours ago

୨ ହାତୀଦାନ୍ତ ଜବତ, ୧୧ ଗିରଫ

ରାଉରକେଲା : ୨ ହାତୀଦାନ୍ତ ଜବତ, ୧୧ ଗିରଫ । କୋର୍ଟ ଚାଲାଣ ହେଲେ ଗିରଫ ଅଭିଯୁକ୍ତ । ରାଉରକେଲା…

6 hours ago