ବନ୍ଦ ରହିଲା ଛାତ୍ର ସଂସଦ ନିର୍ବାଚନ

ଭୁବନେଶ୍ବର (କେନ୍ୟୁଜ୍) : ରାଜ୍ୟର ସବୁ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ବନ୍ଦ ରଖା ଯାଇଛି । ବାତ୍ୟା ‘ତିତଲି’କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ବାତ୍ୟାର ପ୍ରଭାବ ପଡ଼ିବାକୁ ଥିବା ଜିଲ୍ଲାରେ ୧୧ ଓ ୧୨ ତାରିଖ ଦୁଇ ଦିନ ଯାଏ ସ୍କୁଲ ଓ କଲେଜଗୁଡ଼ିକୁ ବନ୍ଦ ରଖିବାକୁ ଘୋଷଣା କରାଯାଇଥିଲା । ଆସନ୍ତାକାଲି ଛାତ୍ର ସଂସଦ ନିର୍ବାଚନ ହୋଇଥାନ୍ତା । କିନ୍ତୁ ବାତ୍ୟା ଭୟଙ୍କର ରୂପ ନେଉଥିବାରୁ ସରକାର ନିର୍ବାଚନକୁ ବନ୍ଦ ରଖିବା ଲାଗି ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟାକୁ ନେଇ ସମୀକ୍ଷା ବୈଠକ କରିବା ପରେ ଏ ସମ୍ପର୍କରେ ଘୋଷଣା କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.