ଜିଲ୍ଲା ମାନ୍ୟତା ଦାବି: ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ ବନ୍ଦ । ଜିଲ୍ଲା ସଙ୍ଘର୍ଷ ସମିତିର ଆହ୍ବାନ କ୍ରମେ ଆଜି ଏହି ବନ୍ଦ ଡାକରା ଦିଆଯାଇଛି ।ଆଜିର ଏହି ବନ୍ଦ ରେ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ କଲେଜ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି ଗାଡି ମଟର ଚଳାଚଳ ମଧ୍ୟ ବନ୍ଦ ରହିଛି।

କଣ୍ଟାବାଞ୍ଜି (କେନ୍ୟୁଜ): କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ ବନ୍ଦ।  ଜିଲ୍ଲା ସଙ୍ଘର୍ଷ ସମିତିର ଆହ୍ବାନ କ୍ରମେ ଆଜି ଏହି ବନ୍ଦ ଡାକରା ଦିଆଯାଇଛି। ଆଜିର ଏହି ବନ୍ଦ ରେ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ କଲେଜ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି ଗାଡି ମଟର ଚଳାଚଳ ମଧ୍ୟ ବନ୍ଦ ରହିଛି । ଜରୁରୀ କାଳୀନ ସେବାକୁ ଏବଂ ପରୀକ୍ଷା ଚାଲୁଥିବା ସ୍କୁଲ କୁ ବନ୍ଦରୁ ବାଦ ଦିଆଯାଇଛି ।

ସ୍ଥାନିୟ ଇନ୍ଦିରା ଛକ ନିକଟର ଜିଲ୍ଲା ସଙ୍ଘର୍ଷ ସମିତିର କର୍ମକର୍ତ୍ତା ମାନେ ରାସ୍ତା ଉପରେ ବିକ୍ଷୋଭ ପ୍ରଦଶନ କରୁଛନ୍ତି । ଆଜିର ଏହି ବନ୍ଦରେ ସହରର ୩୦ରୁ ଅଧିକ ସଂଗଠନ ସାମିଲ ହୋଇଛନ୍ତି।

 

You might also like