ପବିତ୍ର ପଞ୍ଚୁକର ଆଜି ଦ୍ୱିତୀୟ ଦିନ, ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୂ

ପୁରୀ(କେନ୍ଯୁଜ୍) : ପବିତ୍ର ପଞ୍ଚୁକର ଆଜି ଦ୍ୱିତୀୟ ଦିନ । ରାଜ୍ୟର ପୁରପଲ୍ଲୀରେ ଆଧ୍ୟାତ୍ମିକ ପରିବେଶ । ପୁରୀରେ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼। ପଞ୍ଚୁକ ପାଞ୍ଚ ଦିନ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେଉଛି। ଆଜି ପଞ୍ଚୁକର ଦ୍ୱିତୀୟ ଦିନରେ ମହାପ୍ରଭୁ ବାଙ୍କଚୂଡ଼ା ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୂ । ମଙ୍ଗଳ ଆଳତୀ ଓ ଅବକାଶ ନୀତି ପରେ ମହାପ୍ରଭୁଙ୍କୁ ଏହି ବେଶରେ ସଜ୍ଜିତ କରାଯାଇଛି। ଗତକାଲି ନୀତିରେ ବିଳମ୍ବ ହୋଇଥିବାରୁ ଆଜି ମହାପ୍ରଭୁଙ୍କୁ ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିର ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଶ୍ରୀମନ୍ଦିର ଭିତରେ ଓ ବାହାରେ ୪୫ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
You might also like