ରାଜ୍ୟରେ ଆଜି ପୁଣି ୫ କୋଭିଡ ଆକ୍ରାନ୍ତ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୦କୁ ବୃଦ୍ଧି

ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି । ରାଜ୍ୟରେ ଆଜି ପୁଣି ୫ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୫ ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୦କୁ ବୃଦ୍ଧି ପାଇଛି ।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ କାୟା ମେଲାଉଛି କରୋନା । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି । ରାଜ୍ୟରେ ଆଜି ପୁଣି ୫ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୫ ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୦କୁ ବୃଦ୍ଧି ପାଇଛି । ରାଜ୍ୟରେ ୨୯୫ ଜଣଙ୍କ କୋଭିଡ୍ ପରୀକ୍ଷା ହୋଇଥିଲା, ସେମାନଙ୍କ ମଧ୍ୟରୁ ୫ ଜଣ ଚିହ୍ନଟ ହୋଇଛନ୍ତି। ଏ ନେଇ ସୂଚନା ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର।

ସେପଟେ କୋଭିଡ୍ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ବିଭାଗ ପକ୍ଷରୁ କୁହାଯାଇଛି । ସେହିପରି ରାଜ୍ୟର ସମସ୍ତ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲକୁ ଚିଠି ଲେଖି କରୋନା ନିୟମାବଳୀ ମାନିବାକୁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପକ୍ଷରୁ କୁହାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.