୨୪ ଘଣ୍ଟାରେ ୮୦୫ କରୋନା ପଜିଟିଭ୍‌ ଚିହ୍ନଟ, ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୦୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆଉ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭ ହାର ରହିଛି ୧.୧୧ ପ୍ରତିଶତ । ଚିନ୍ତା ବଢାଉଛନ୍ତି ୦ରୁ ୧୮ ବର୍ଷ ବର୍ଗୀୟ । ୮୦୫ ସଂକ୍ରମିତଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୧୩୧ ଜଣ ।

ଯାହାକି ମୋଟ ଆକ୍ରାନ୍ତର ୧୬.୨୭ ପ୍ରତିଶତ । ସେପଟେ ଆକ୍ଟିଭ୍‌ କେସ୍‌ ରେଡ ଜୋନ୍‌ରୁ ମୁକ୍ତ ହେଲା ଓଡ଼ିଶା । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୪୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାକୁ ବାଦ୍‌ ଦେଇ ଅନ୍ୟ ସବୁ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ । ୨୪ ଘଣ୍ଟାରେ ୭୨ ହଜାର ୪୧୨ କୋଭିଡ୍‌ ଟେଷ୍ଟିଂ ହୋଇଛି। ରାଜ୍ୟରେ ଆକ୍ଟିଭ୍‌ କେସ୍‌ ରହିଛି ୭ ହଜାର ୧୫୮।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.