ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୩ତମ ଶ୍ରାଦ୍ଧବାର୍ଷିକୀ

ଭୁବନେଶ୍ବର(କେନ୍ଯୁଜ୍): ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୩ତମ ଶ୍ରାଦ୍ଧବାର୍ଷିକୀ । ତାଙ୍କ ସ୍ମୃତିରେ ଆଜି କଂଗ୍ରେସ ପକ୍ଷରୁ ଗୋପନ୍ଧୁ ଛକରେ ଥିବା ଗୋପବନ୍ଧୁ ଦାସଙ୍କ ମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି।

ଏହାସହ ଦଳୀୟ କାର୍ଯ୍ୟାଳୟରେ ମଧ୍ୟ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି କଂଗ୍ରେସ କର୍ମୀ । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ବିଧାୟକ ସୁର ରାଉତରାୟଙ୍କ ସମେତ ବହୁ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.