ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି, ଆସନ୍ତାକାଲି ହେରା ପଞ୍ଚମୀ

ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି । ଆସନ୍ତାକାଲି ହେରା ପଞ୍ଚମୀ ଥିବାରୁ ଆଜି ଗୁଣ୍ଡିଚା ମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ ।

ପୁରୀ : ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି । ଆସନ୍ତାକାଲି ହେରା ପଞ୍ଚମୀ ଥିବାରୁ ଆଜି ଗୁଣ୍ଡିଚା ମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ । ପରମ୍ପରା ଅନୁଯାୟୀ ଦ୍ୱିତୀୟ ଭୋଗ ମଣ୍ଡପ ପରେ ଦତ୍ତ ମହାପାତ୍ର ସେବାୟତ ମାନେ ଏହି ନୀତି ଆରମ୍ଭ କରିବେ । ବନକ ଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡାନ୍ତ ହୋଇଛି ।

ନୀତି ପାଇଁ ସନ୍ଧ୍ୟାରେ ୩ରୁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଆଜି ସନ୍ଧ୍ୟା ୭ଟା ରୁ ରାତ୍ର୧୧ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର ନୀତି କରିବେ। ବନକଲାଗି ନୀତି ନାଇଁ ସର୍ବ ସାଧାରଣ ଦର୍ଶନକୁ ବନ୍ଦ କରାଯାଇ ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ।

ପାରମ୍ପରିକ ରଙ୍ଗ ହିଙ୍ଗୁଳ, ହରିତାଳ, କର୍ପୁର, କସ୍ତୁରୀରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଅଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ଥିବାରୁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.