ବର୍ଷାରୁ ନାହିଁ ନିସ୍ତାର, ଆଜି ଓ ଆସନ୍ତାକାଲି ଭୁବନେଶ୍ୱରରେ ପ୍ରବଳ କାଚିବ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଆଜି ଓ ଆସନ୍ତାକାଲି ଭୁବନେଶ୍ୱରରେ ପ୍ରବଳ ବର୍ଷା ହେବ! ଏହାଛଡ଼ା ରାଜ୍ୟର ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ଆଜି କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ବରଗଡ଼, ବଲାଙ୍ଗିର, ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏ ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଝାରଖଡ଼ ଆଖପାଖ ଅଞ୍ଚଳରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଥିବା ବେଳେ, ମୌସୁମୀ ସକ୍ରିୟ ରହିଛ ।  ଏପଟେ ରାଜ୍ୟରେ ଏପର୍ଯ୍ୟ ନ୍ତ୧୨ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ଼ ହୋଇଛି ।