ଆଜି ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା, ଜନ୍ମବେଦିରେ ନବଦିନାତ୍ମକ ଲୀଳାଖେଳା ସାରି ବାହୁଡ଼ିବେ ଚତୁର୍ଦ୍ଧାମୂର୍ତ୍ତୀ

ପୁରୀ(କେନ୍ଯୁଜ୍): ଆଜି ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା। ଜନ୍ମବେଦିରେ ନବଦିନାତ୍ମକ ଲୀଳାଖେଳା ସାରି ଜନ୍ମବେଦି ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାମୂର୍ତ୍ତୀ। ଅଭିମାନିନୀ ମା’ ଲକ୍ଷ୍ମୀଙ୍କର କରିବେ ମାନଭଞ୍ଜନ। ଏଥିପାଇଁ ଗତକାଲି ସନ୍ଧ୍ୟାରୁ ଆରମ୍ଭ ହୋଇସାରିଛି ପ୍ରସ୍ତୁତି। ସନ୍ଧ୍ୟାରେ ମହାପ୍ରଭୁଙ୍କ ଶ୍ରୀମୁଖ ଖଣ୍ଡୁଆ ସହ ବାହୁଟ କଣ୍ଟ, ଚାର ବନ୍ଧା, କୁସୁମିଲାଗି ନୀତି ଆରମ୍ଭ ହୋଇଛି। ତିନି ରଥରେ ବି ଚାରମାଳ ବନ୍ଧା ଶେଷ ହୋଇଛି।

ସେପଟେ ବାହୁଡ଼ା ପାଇଁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି। ଆଜି ମଧ୍ୟାହ୍ନ ୧୨ଟାରେ ପହଣ୍ଡି ଆରମ୍ଭ ହେବ। ସାଢ଼େ ୨ଟା ସୁଦ୍ଧା ପହଣ୍ଡି ଶେଷ ପରେ ଅପରାହ୍ନ ୪ଟାରେ ରଥ ଟଣା ଆରମ୍ଭ ହେବ ବୋଲି ନୀତି ନିର୍ଘଣ୍ଟ ସ୍ଥିର ହୋଇଛି। ତେବେ ନୀତି ସଅଳ ସରିଲେ ରଥଯାତ୍ରା ଭଳି ପହଣ୍ଡି ଓ ରଥଟଣା ବି ସଅଳ ଆରମ୍ଭ ହୋଇପାରେ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି। ତେବେ ବାହୁଡ଼ା ଯାତ୍ରା ପରେ ଜୁଲାଇ ୨୧ରେ ସୁନାବେଶ, ଜୁଲାଇ ୨୨ରେ ଅଧରପଣା ନୀତି, ଜୁଲାଇ ୨୩ରେ ନୀଳାଦ୍ରି ବିଜେ ନୀତି ଅନୁଷ୍ଠିତ ହେବ।

ଅନ୍ଯପଟେ ଆଜି ହରିଶୟନ ଏକାଦଶୀ । ଏଥିପାଇଁ ବି ଶ୍ରୀମନ୍ଦିର ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଏନେଇ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି। ସୂଚନା ଥାଉକି, ବାହୁଡ଼ା ପାଇଁ ଗତକାଲି ରାତି ୮ଟାରୁ ପୁରୀ ସହରରେ ୪୮ ଘଣ୍ଟିଆ କର୍ଫ୍ୟୁ ଲାଗୁ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.