Below header

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଗୁପ୍ତନୀତି ସମ୍ପାଦନ କରିବେ ଦତ୍ତ ମହାପାତ୍ର ସେବକ

ପୂରୀ(କେନ୍ଯୁଜ୍): ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବାୟତ ଶ୍ରୀବିଗ୍ରହଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରିବେ। ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ।

ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ। କଳା, ଧଳା, ନାଲି, ହରିତାଳ ଓ ହିଙ୍ଗୁଳ ଆଦି ପାରମ୍ପରିକ ରଙ୍ଗରେ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ମହାପ୍ରଭୁଙ୍କ ନିଳାଦ୍ରୀବିଜେ ପରେ ଆଜି ପ୍ରଥମ ଥର ଲାଗି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.