ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୫ରୁ ରାତି ୯ ଯାଏ ସାଧାରଣ ଦର୍ଶନ ବନ୍ଦ

ପୁରୀ (କେନ୍ୟୁଜ): ଆଜି ପୌଷ-କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତ୍ର ୯ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ନ କରିବେ ।

ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । । ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ପ୍ରାୟ ଚାରି ଘଣ୍ଟା ଧରି ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ |

 

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.