ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ସନ୍ଧ୍ୟା ୫ଟାରୁ ରାତି ୯ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଂକ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ହେବ । ସଂଧ୍ୟାରେ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୫ଟାରୁ ରାତି ୯ଟା ଭିତରେ ଏହି ନୀତି ସମ୍ପାଦିତ ହେବ ।

ପୁରୀ(ବ୍ୟୁରୋ) : ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଂକ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ହେବ । ସଂଧ୍ୟାରେ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୫ଟାରୁ ରାତି ୯ଟା ଭିତରେ ଏହି ନୀତି ସମ୍ପାଦିତ ହେବ ।

ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଏହି ସମୟରେ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.