ରାଜ୍ୟ

୨୧ ରୁ ୨୪ ଯାଏଁ ସାମୟିକ ଆଶ୍ବସ୍ତି, ୨୫ରୁ ପୁଣି ବଢିବ ତାତି ! ଆଜି ବୌଦ୍ଧ ସର୍ବାଧିକ ୪୪.୩ ଡ଼ିଗ୍ରୀ ଓ ଭୁବନେଶ୍ୱର ୪୧.୩ ଡ଼ିଗ୍ରୀ

ଭୁବନେଶ୍ୱର : ଆଜି ରାଜ୍ୟର ମୟୁରଭଞ୍ଜ, ବୌଦ୍ଧ, କଟକ, କେନ୍ଦୁଝର, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ନବରଙ୍ଗପୁର, ଗଞ୍ଜାମ, ଖୋର୍ଦ୍ଧା, ଦେବଗଡ, ଏବଂ ଢେଙ୍କାନାଳ ଜିଲ୍ଲାରେ ଗ୍ରୀଷ୍ମ ଲହରୀ ଅନୁଭୂତ ହୋଇଛି, ଏଥି ସହ ଚଳିତ ଅପ୍ରେଲରେ ୭ ଦିନ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇସାରିଛି | ଆଜି ୩୨ ସହରରେ ୪୦ ଡ଼ିଗ୍ରୀରୁ ଅଧିକ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ୧୦ ସହରରେ ୪୩ ଡ଼ିଗ୍ରୀରୁ ଅଧିକ ତାପମାତ୍ରା ରେକର୍ଡ କରାଯାଇଛି । ଆଜି ବୌଦ୍ଧ ସର୍ବାଧିକ ୪୪.୩ ଡ଼ିଗ୍ରୀ ଥିବାବେଳେ ଭୁବନେଶ୍ୱର ତାପମାତ୍ରା ୪୧.୩ ଡ଼ିଗ୍ରୀ ଥିବା ଜଣାଯାଇଛି |

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦିନ ତାପମାତ୍ରା ରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନଥିବା ବେଳେ ପରବର୍ତ୍ତୀ ୩ ଦିନ ମଧ୍ୟରେ ପଶ୍ଚିମା-ଝଡ ଦ୍ୱାରା ପ୍ରଶମିତ କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ୨ ରୁ ୩ ଡ଼ିଗ୍ରୀ ଯାଏଁ ହ୍ରାସ ଘଟିବାରେ ସମ୍ଭାବନା ରହିଛି |

ପ୍ରଭାବରେ ୨୧ ରୁ ୨୪ ଅପ୍ରେଲ ମଧ୍ୟରେ ରାଜ୍ୟରେ ତାତିରୁ ସାମୟିକ ଆଶ୍ବସ୍ତି ମିଳିବାର ସମ୍ଭାବନା ରହିଥିବା ବେଳେ, ୨୫ ତାରିଖ ପରଠାରୁ ପୁଣି ଶୁଷ୍କ ବାୟୁର ପ୍ରଭାବ ବୃଦ୍ଧି ସହ ରାଜ୍ୟର ତାପମାତ୍ରା ବୃଦ୍ଧି ସହ ଅପ୍ରେଲ ଶେଷ ଆଡକୁ ଗ୍ରୀଷ୍ମ ଲହରୀ ସହ କିଛି ଅଞ୍ଚଳରେ ଉଷ୍ମ ଆଦ୍ର ପାଣିପାଗ ପରିସ୍ତିତି ସୃଷ୍ଟି ହେବାର ସମ୍ଭାବନା ରହିଛି |

 

Niharanjan

Recent Posts

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

33 mins ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

55 mins ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

1 hour ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

3 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

4 hours ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

4 hours ago