ଆଜି ପବିତ୍ର ଚମ୍ପକ ଦ୍ୱାଦଶୀ: ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିରକୁ ଆଜିଠାରୁ ପ୍ରବେଶ କରିଛନ୍ତି ଦଇତା

ପୁରୀ(କେନ୍ୟୁଜ): ଦିନକ ପରେ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା। ରତ୍ନସିଂହାସନରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ଚତୁର୍ଦ୍ଧାମୂର୍ତ୍ତି । ପାଗ ଅନୁକୂଳ ଥିବାରୁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ସମ୍ଭାବନା ରହିଛି। ଭିଡକୁ ଦୃଷ୍ଟିରେ ରଖି ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି । ପୁରୀ ବଡ଼ଦାଣ୍ଡର ମାର୍କେଟ ଛକରୁ ହୋଇଛି ବ୍ୟାରିକେଡ ।

ସେପଟେ ଆଜି ପବିତ୍ର ଚମ୍ପକ ଦ୍ୱାଦଶୀ। ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିରକୁ ଆଜିଠାରୁ ଦଇତାମାନେ ପ୍ରବେଶ କରିଛନ୍ତି। ଶ୍ରୀଜିଉଙ୍କ ଶ୍ରୀଅଙ୍ଗ ସେବକ ହୋଇଥିବାରୁ ସକାଳୁ ସକାଳୁ ଦଇତାପତିମାନେ ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି। ଆଜିଠାରୁ ଦୀର୍ଘ ୧ ମାସରୁ ଉର୍ଦ୍ଧ୍ୱ ସମୟ ଧରି ମହାପ୍ରଭୁଙ୍କ ସ୍ନାନଯାତ୍ରା, ଅଣସର ନୀତି, ଶ୍ରୀଗୁଣ୍ଡିଚା ବାହୁଡା, ସୁନାବେଶ ଓ ନୀଳାଦ୍ରିବିଜେ ନୀତି ସମ୍ପାଦନ କରିବେ ଦଇତାପତି ସେବକ। ଦଇତାପତିମାନେ ପ୍ରବେଶ କରିବା ସହ କୋଠ ସୁଆଁସିଆ ସେବକଙ୍କ ଦ୍ୱାରା ଶ୍ରୀମନ୍ଦିରର ରତ୍ନ ସିଂହାସନରେ ଚାରମାଳ ବନ୍ଧାଯିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.