ରାଜ୍ୟ

ଆଜି ଅପରାହ୍ନ ୪ଟା ୩୦ମିନିଟରେ ଛତିଶା ନିଯୋଗ ବୈଠକ, ଭର୍ଚୁଆଲରେ ହେବ ଆଲୋଚନା

ପୁରୀ(କେନ୍ଯୁଜ୍): ଆଜି ଛତିଶା ନିଯୋଗ ବୈଠକ । କୋଭିଡ କଟକଣା ପାଇଁ ଭର୍ଚୁଆଲରେ ବୈଠକ ହେବ । ଅପରାହ୍ଣ ୪ଟା ୩୦ମିନିଟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ବୈଠକରେ ରଥଯାତ୍ରା ସମ୍ପର୍କିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରାଯିବ । ସେପଟେ ସମସ୍ତ ନିଯୋଗର ସେବାୟତ ମାନେ କିଭଳି ପରସ୍ପର ମଧ୍ୟରେ ସମନ୍ଵୟ ରକ୍ଷା କରି ମହାପ୍ରଭୁଙ୍କ ନୀତିକାନ୍ତି ସମ୍ପାଦନ କରିବେ ସେନେଇ ମଧ୍ୟ ଆଲୋଚନା ହେବ ।

ରଥଯାତ୍ରା ପୂର୍ବରୁ ସମସ୍ତ ସେବାୟତ, ପୋଲିସ କର୍ମଚାରୀ ଓ ଶ୍ରୀମନ୍ଦିର ପ୍ରଶାସନ କର୍ମଚାରୀଙ୍କ ଆରଟିପିିସିଆର ଟେଷ୍ଟ ବାଧ୍ୟତାମୂଳକ । ବୈଠକ ପରେ ରଥଯାତ୍ରାକୁ ନେଇ ଚୂଡାନ୍ତ ଏସଓପି ଆସିବ । ବୈଠକରେ ସମସ୍ତ ନିଯୋଗର ସେବାୟତ ପ୍ରତନିଧି, ଜିଲ୍ଲାପାଳ, ଏସ୍‌ପି, ଶ୍ରୀମନ୍ଦିର ଉନ୍ନୟନ ନୀତି ପ୍ରଶାସକ ଓ ପୂର୍ବତନ ପରିଚାଳନା କମିଟିର ସଦସ୍ୟ ଉପସ୍ଥିତ ରହିବେ ।

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago