ଆଜି ଛତିଶା ନିଯୋଗ ବୈଠକ, ବାହାର ଚନ୍ଦନ ଯାତ୍ରା ଓ ରଥ ନିର୍ମାଣ ଅନୁକୂଳ ନେଇ ନିଆଯିବ ଚୂଡ଼ାନ୍ତ ନିଷ୍ପତ୍ତି

ପୁରୀ: ଆସନ୍ତା ୧୫ ତାରିଖରେ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ଓ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ ଅନୁକୂଳ ହେବ । ଏନେଇ ଗଜପତି ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି ।

ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ କ୍ରିଷନ କୁମାର, ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କେ. ବିଶାଲ ସିଂ ଓ ଦେବୋତ୍ତର କମିଶନର ପ୍ରମୁଖ ଯୋଗ ଦେଇଥିଲେ । କୋଭିଡ କଟକଣା ଓ ସୀମିତ ସଂଖ୍ୟକ ସେବାୟତଙ୍କୁ ନେଇ ବାହାର ଚନ୍ଦନ ଯାତ୍ରା ଓ ରଥ ନିର୍ମାଣ ଅନୁକୂଳ କରାଯିବ । ଆଜି ଛତିଶା ନିଯୋଗ ବୈଠକରେ ଏନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.