ଆଜି ମୁଖ୍ୟମନ୍ତ୍ରୀଙ୍କ ପୁରୀ ଜିଲ୍ଲା ବ୍ରହ୍ମଗିରି ଗସ୍ତ, BSKYରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ

ବ୍ରହ୍ମଗିରି(କେନ୍ଯୁଜ୍) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁରୀ ଜିଲ୍ଲା ବ୍ରହ୍ମଗିରି ଗସ୍ତ । BSKYରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ଜିଲ୍ଲାର ୩ ଲକ୍ଷ ୭୬ ହଜାର ହିତାଧିକାରୀଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ସହ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ନବ ନିର୍ମିତ ମିନି ସଚିବାଳୟକୁ ଲୋକାର୍ପିତ କରିବେ ।

ଏଥିସହ ବହୁ ନୂତନ ପ୍ରକଳ୍ପର ଶିଳାନ୍ୟାସ କରିବା କାର୍ଯକ୍ରମ ରହିଛି । ଏନେଇ କେରାଣ୍ଡିଆ ହେଲିପ୍ୟାଡରେ ଏକ ସାଧାରଣ ସଭାର ଆୟୋଜନ କରାଯାଉଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ୨୦୧୯ ବିଧାନସଭା ନିର୍ବାଚନ ପରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀ ବ୍ରହ୍ମଗିରି ଆସୁଥିବାରୁ ବଡ଼ ପ୍ୟାକେଜ ଘୋଷଣା କରି ପାରନ୍ତି ।

Leave A Reply

Your email address will not be published.