ଆଜି ମୁଖ୍ୟମନ୍ତ୍ରୀଙ୍କ ନୂଆପଡ଼ା ଜିଲ୍ଲା ଗସ୍ତ, ପ୍ରାୟ ୪ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବାର ରହିଛି କାର୍ଯ୍ୟକ୍ରମ

ନୂଆପଡ଼ା: ଆଜି ନୂଆପଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରାୟ ୪ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବା କାର୍ଯ୍ୟକ୍ରମ ରହିଛି । ବହୁ ପ୍ରତୀକ୍ଷିତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ସମେତ ୨୩ ଶହ ୩୭ କୋଟିର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବେ । ସେହିପରି ୫୦ କୋଟିର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ।

ଜିଲ୍ଲାର ବହୁପ୍ରତିକ୍ଷୀତ ୨ ହଜାର କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ଶୁଭ ଉଦଘାଟନ ହେବ । ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ଜିଲ୍ଲାର ୧୩ ହଜାର ହେକ୍ଟର ଜମି ଓ ପଡୋଶୀ ବଲାଙ୍ଗିର ଜିଲ୍ଲାର ୧୬ ହଜାର ହେକ୍ଟର ଚାଷ ଜମି ଜଳସେଚିତ ହେବ । ଏହାପରେ ମୁଖ୍ୟମନ୍ତ୍ରୀ ଖଡିଆଳ ରାଜା ଆର୍ତତ୍ରାଣ ହାଇସ୍କୁଲ ପଡିଆ ପହଞ୍ଚି ସେଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ଉଦବୋଧନ ଦେବେ । ମୁଖ୍ୟମନ୍ତ୍ରୀଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.