ଆଜି ପିପିଲି ଓ ଡେଲାଙ୍ଗ ବାସୀଙ୍କ ସହ କଥା ହେବେ ମୁଖ୍ୟମନ୍ତ୍ରୀ, ନିର୍ବାଚନ ମଣ୍ଡଳୀର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର କରିବେ ସମୀକ୍ଷା

ଭୁବନେଶ୍ବର: ଆଜି ପିପିଲି ଓ ଡେଲାଙ୍ଗ ବାସୀଙ୍କ ସହ କଥା ହେବେ ମୁଖ୍ୟମନ୍ତ୍ରୀ । ନିର୍ବାଚନ ମଣ୍ଡଳୀର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର କରିବେ ସମୀକ୍ଷା ନବୀନ ପଟ୍ଟନାୟକ । ଭିଡ଼ିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ କଥା ହେବେ ।

ଏହାସହ ଦୀର୍ଘ ଦିନ ଧରି କାର୍ଯ୍ୟକାରୀ ହୋଇନଥିବା ପ୍ରକଳ୍ପ ଗୁଡିକୁ ଅନୁମୋଦନ କରିବା ସହ କିଛି ନୂତନ ପ୍ରକଳ୍ପର କାର୍ଯ୍ୟାଦେଶ ବଣ୍ଟନ କରିବେ । ରାଜ୍ୟ ସରକାରଙ୍କ ନିଜସ୍ୱ ଖାଦ୍ୟ ଯୋଜନାରେ ହିତାଧିକାରୀଙ୍କୁ ରାସନ କାର୍ଡ ବଣ୍ଟନ କରାଯିବ । ଏହାସହ ମଧୁବାବୁ ପେନସନ ଯୋଜନାରେ ସାମିଲ ହୋଇଥିବା ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯିବାର କାର୍ଯ୍ୟକ୍ରମ ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.