୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ମୋଦିଙ୍କୁ ଭେଟିବେ ନବୀନ

ଆଜି ମୋଦି-ନବୀନ ଭେଟ । ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟିବାର କାର୍ଯ୍ୟକ୍ରମ ରହିଛି ।

ଭୁବନେଶ୍ୱର (କେନ୍ୟୁଜ): ଆଜି ମୋଦି-ନବୀନ ଭେଟ । ୩ ଦିନିଆ ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି । ଅପରାହ୍‌ଣ ସାଢ଼େ ୪ଟାରେ ଏହି ସାକ୍ଷାତ ଆଲୋଚନା ହେବ । ଏହି ସାକ୍ଷାତ ଆଲୋଚନା ବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ ବୋଲି ସୂଚନା ମିଳିଛି । ରାଜ୍ୟର ବିକାଶ ନେଇ ଆଲୋଚନା କରିବା ସହ ଓଡ଼ିଶାର ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗକୁ ପ୍ରଧାନମନ୍ତ୍ରୀଙ୍କ ପାଖରେ ରଖି ପାରନ୍ତି ମୁଖ୍ୟମନ୍ତ୍ରୀ ।

ସେହିପରି ବିଭିନ୍ନ ପ୍ରସଙ୍ଗରେ ଅନ୍ୟ କେନ୍ଦ୍ରମନ୍ତ୍ରୀଙ୍କୁ ବି ୩ ଦିନିଆ ଗସ୍ତ ସମୟରେ ଭେଟିପାରନ୍ତି ମୁଖ୍ୟମନ୍ତ୍ରୀ । ୯ ତାରିଖରେ ଓଡ଼ିଶା ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର । ପୂର୍ବରୁ ମମତା ବାନାର୍ଜୀ ବି ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ନୀତିଶଙ୍କ ସହ ସାକ୍ଷାତ ଆଲୋଚନା ପରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତକୁ ନେଇ ଚର୍ଚ୍ଚା । ଆସନ୍ତା ୧୩ରେ ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ୱର ଫେରିବେ ମୁଖ୍ୟମନ୍ତ୍ରୀ ।

 

 

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.