ଶୀତରେ ଥରୁଛି ଓଡିଶା, ଆସନ୍ତା ୩ ରୁ ୪ ଦିନ ଯାଏଁ ଅନୁଭୂତ ହେବ ଶୀତ ଲହରୀ

ଭୁବନେଶ୍ବର (କେନ୍ୟୁଜ୍) : ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଶୀତ ଲହରୀ । ଉତ୍ତର ଦିଗରୁ ଆସୁଥିବା ଥଣ୍ଡା ଓ ଶୁଷ୍କ ବାୟୁ ପ୍ରଭାବରେ ଆଗାମୀ ୩ରୁ ୪ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ଶୀତ ଲହରୀ ଅନୁଭୂତ ହେବାର ସମ୍ଭାବନା ରହିଛି । ୭ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଗତକାଲି ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରୀ ସେଲସିଅସ୍‌ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀଠାରେ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ରେକର୍ଡ ହୋଇଛି । ଆଗାମୀ ୫ ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ନେଇ ପାଣିପାଗ ବିଜ୍ଞାନ ପକ୍ଷରୁ ପୂର୍ବନୁମାନ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.