Below header

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ, ବିନ୍ଦୁସାଗର କୂଳରେ ତିଳତର୍ପଣର ଆୟୋଜନ

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ। ତିରୋଧାନ ଦିବସକୁ ଏଥର ନିରାଡମ୍ବର ଭାବେ ପାଳନ କରୁଛି ବିଜେଡି। ବିନ୍ଦୁସାଗର କୂଳରେ ତିଳତର୍ପଣର ଆୟୋଜନ କରାଯାଇଛି। ଓଡ଼ିଶା ମୋ ପରିବାର ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଜରିଆରେ ରକ୍ତଦାନ ଶିବିରର ଆୟୋଜନ କରାଯାଇଛି।

ଏହି କାର୍ଯ୍ୟକ୍ରମ ୧୫ ଦିନ ଧରି ଚାଲିବ। ବିଜୁ ବାବୁଙ୍କ ଶ୍ରାଦ୍ଦ ଦିବସରେ ଓଡ଼ିଶାବାସୀଙ୍କ ସେବାରେ ନିଜକୁ ଉତ୍ସର୍ଗ କରିବା ପାଇଁ ସଂକଳ୍ପବଦ୍ଧ ହେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ନିବେଦନ କରିଛନ୍ତି। ଏହି ପୁଣ୍ୟ ତିଥିରେ ରାଜ୍ୟବାସୀଙ୍କ ସେବା ଉଦ୍ଦେଶ୍ୟରେ ନିଜକୁ ଉତ୍ସର୍ଗ କରିବା ପାଇଁ ଦଳୀୟ କର୍ମୀ ଓ ନେତା ସଂକଳ୍ପ ନିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନିବେଦନ କରିଛନ୍ତି। ଏହା ହିଁ ହେବ ବିଜୁ ବାବୁଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.