ରାଜ୍ୟ

ଛତିଶଗଡ଼ ଡବଲ ମର୍ଡର ଘଟଣାରେ ଆହୁରି ଖୋଲିବ ଗୁମର: ଅନୁପ ସାଏଙ୍କୁ ପୁଣି ତିନି ଦିନିଆ ରିମାଣ୍ଡରେ ନେବ ଛତିଶଗଡ଼ ପୋଲିସ, ଆଜି ହେବ ଶୁଣାଣି

ରାୟଗଡ଼: ଛତିଶଗଡ଼ ଡବଲ ମର୍ଡର ଘଟଣାରେ ଖୋଲିବ ଆହୁରି ଗୁମର। ଅଧିକ ପଚରାଉଚରା ପାଇଁ ଅନୁପ ସାଏଙ୍କୁ ପୁଣି ତିନି ଦିନିଆ ରିମାଣ୍ଡରେ ନେବ ପୋଲିସ । ଏଥିପାଇଁ ରାୟଗଡ଼ ଜିଲ୍ଲା ଜଜ କୋର୍ଟରେ ଆବେଦନ କରିଛି ଛତିଶଗଡ ପୋଲିସ । ଆଜି ଏହାର ଶୁଣାଣି ହେବ । ସେହିପରି ମଙ୍ଗଳବାରକୁ ଘୁଞ୍ଚିଛି ଅନୁପ ସାଏଙ୍କ ନାର୍କୋ ଟେଷ୍ଟ ଆବେଦନର ଶୁଣାଣି । ନାର୍କୋ ଟେଷ୍ଟ ସହ ବ୍ରେନ ମ୍ୟାପିଂ ପାଇଁ ଆବେଦନ କରିଛି ପୋଲିସ । ତେବେ ଜେରା ସମୟରେ ଅନୁପ ସାଏ ଓ ବର୍ଦ୍ଧନ ଟପ୍ପୋ ପୋଲିସକୁ କୌଣସି ସହଯୋଗ କରିନଥିଲେ । ମାଆ-ଝିଅ କଳ୍ପନା ଓ ବବ୍‌ଲି ମର୍ଡର ଘଟଣାରେ ଅନୁପ ସାଏ ଓ ଡ୍ରାଇଭର ବର୍ଦ୍ଧନ ଟପ୍ପୋଙ୍କୁ ଗିରଫ କରିଛି ଛତିଶଗଡ଼ ପୋଲିସ।

 

KNews Bureau

Recent Posts

ଆଜିର ରାଶିଫଳ: ଦିନଟି ଆପଣଙ୍କର କିପରି ବିତିବ ଜାଣନ୍ତୁ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…

14 mins ago

ଯାତ୍ରୀବାହୀ ବସ୍ ଓଲଟି ୩ ମୃତ, ୫ ଗୁରୁତର

କନ୍ଧମାଳ :  କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…

2 hours ago

ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ, ଥାନାରେ ପୁତୁରା ଅଟକ

ପାଟଣାଗଡ଼ : ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ । ଘଟଣା ଘଟିଛି ପାଟଣାଗଡ଼ ଥାନା କୁତୁମୁଣ୍ଡା ଗ୍ରାମରେ ।…

2 hours ago

ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ

ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ…

4 hours ago

ବସ୍ ସହ ପିକଅପ୍ ଭ୍ୟାନ ଧକ୍କା, ୧୯ ହୋମଗାର୍ଡ ଆହତ

ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା।…

5 hours ago

ରାଜ୍ୟରେ ବଢୁଛି ତାପମାତ୍ରା, ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…

6 hours ago