ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ମୋଟ୍‌ ୧୮ଟି ପ୍ରସ୍ତାବ ଉପରେ ହୋଇପାରେ ଆଲୋଚନା

ଭୁବନେଶ୍ବର: ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ସଂଧ୍ୟା ୫ଟା ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କ୍ୟାବିନେଟ୍‌ ବୈଠକ ହେବ । ଏଥିରେ ମୋଟ୍‌ ୧୮ଟି ପ୍ରସ୍ତାବ ଆସିବା ସମ୍ଭାବନା ରହିଛି । ରାଜସ୍ୱ, ପଞ୍ଚାୟତିରାଜ, ସ୍ୱାସ୍ଥ୍ୟ, ଜଳସମ୍ପଦ, ନଗର ଉନ୍ନୟନ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ । ପୁରୀରେ ଜଳ ଯୋଗାଣ ଓ ଅନ୍ୟାନ୍ୟ ବିକାଶ କାର୍ଯ୍ୟ ଉପରେ ଆଲୋଚନା ହେବା ସମ୍ଭାବନା ରହିଛି । କରୋନା ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗ ସଂପର୍କିତ କିଛି ନିଷ୍ପତ୍ତି ନିଆଯାଇପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.