ଆଜି ସକାଳ ୧୦ଟାରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଏକାଧିକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ସମ୍ପର୍କରେ ହେବ ଆଲୋଚନା

ଭୁବନେଶ୍ୱର(କେନ୍ୟୁଜ୍): ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ସକାଳ ୧୦ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଏହି ବୈଠକରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ସମ୍ପର୍କରେ ଆଲୋଚନା କରାଯିବ ।

ବିଧାନସଭା ମୌସୁମୀ ଅଧିବେଶନ ଜାରି ରହିଥିବାରୁ ସକାଳ ୧୦ଟାରେ ବୈଠକ ଡକାଯାଇଛି । କୋଭିଡ୍‌ କଟକଣାକୁ ଦୃଷ୍ଟିରେ ରଖି ଭର୍ଚୁଆଲ ମୋଡ୍‌ରେ ବୈଠକ ହେବ । ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଭିସିରେ ଯୋଡି ହେବେ । ମନ୍ତ୍ରୀମାନେ ନିଜ ଅଫିସ କିମ୍ବା ଲୋକସେବା ଭବନରୁ ଭିସିରେ ଯୋଡି ହେବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.