Below header

ଆଜି ମାଣ୍ଡିଆ ଦିବସ, ଦେଶର ପ୍ରଥମ ରାଜ୍ୟଭାବେ ଓଡ଼ିଶା ପାଳନ କରୁଛି ‘ମିଲେଟ ମିଶନ’

ଆଜି ମାଣ୍ଡିଆ ଦିବସ । ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ମାଣ୍ଡିଆ ଦିବସ ଭାବେ ପାଳନ କରାଯାଉଛି । ଦେଶର ପ୍ରଥମ ରାଜ୍ୟଭାବେ ଓଡ଼ିଶା ମାଣ୍ଡିଆ ଦିବସ ପାଳନ କରୁଛି । ମାଣ୍ଡିଆ ଚାଷର ପ୍ରଚାର ଏବଂ ପ୍ରସାର ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ।

ଭୁବନେଶ୍ୱର (କେନ୍ୟୁଜ): ଆଜି ମାଣ୍ଡିଆ ଦିବସ । ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ମାଣ୍ଡିଆ ଦିବସ ଭାବେ ପାଳନ କରାଯାଉଛି । ଦେଶର ପ୍ରଥମ ରାଜ୍ୟଭାବେ ଓଡ଼ିଶା ମାଣ୍ଡିଆ ଦିବସ ପାଳନ କରୁଛି । ମାଣ୍ଡିଆ ଚାଷର ପ୍ରଚାର ଏବଂ ପ୍ରସାର ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଓଡ଼ିଶା ମିଲେଟ ମିଶନ ଦ୍ବାରା ନିଆଯାଇଥିବା ପଦକ୍ଷେପକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ସ୍ବୀକୃତି ମିଳିଛି । କେନ୍ଦ୍ର ସରକାର ଏହି ମଡେଲକୁ ଆପଣାଇବାକୁ ବିଭିନ୍ନ ରାଜ୍ୟକୁ ନିର୍ଦ୍ଦେଶ ଦେଇଛନ୍ତି। ମନ୍ତ୍ରଣାଳୟ ଓ ବିଭାଗରେ ହେବାକୁ ଥିବା ମିଟିଂ ଓ କ୍ୟାଣ୍ଟିନରେ ମାଣ୍ଡିଆ ପ୍ରସ୍ତୁତ ଲଡୁ, ମିକ୍ସଚର, ସ୍ନାକ୍ସ୍, ପୁରି, ଇଡିଲି, ଦୋଷା ଓ ବିସ୍କୁଟ୍ ପରଷିବାକୁ ନିର୍ଦ୍ଦେଶ ଦିଆଯାଇଛି। କେବଳ ସେତିକି ନୁହେଁ ନୀତି ଆୟୋଗ ମଧ୍ୟ ଏହାକୁ ଏକାଧିକ ଥର ପ୍ରଶଂସା କରିଛନ୍ତି ।

ଜାତୀୟ ତଥା ଅନ୍ତର୍ଜାତୀୟସ୍ତରରେ ମିଲେଟ୍‍ ଉତ୍ପାଦନ ତଥା ବ୍ୟବହାର ପାଇଁ ପ୍ରଚାର ପ୍ରସାର କ୍ଷେତ୍ରରେ ଓଡ଼ିଶା ଆଗରେ ରହିଛି। କୃଷି ଓଡ଼ିଶାରେ ମିଲେଟ୍‍ ଏବେ ‘ମାସ୍କଟ’ ଭାବେ ପରିଚିତ। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ମାଣ୍ଡିଆର ପ୍ରଚାର ପ୍ରସାର ଓ ଖାଦ୍ୟ ଥାଳିରେ ଲଘୁ କ୍ଷୁଦ୍ରଶସ୍ୟର ପୁନରୁଦ୍ଧାର ପାଇଁ ୨୦୧୭ ମସିହାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ‘ଓଡ଼ିଶା ମିଲେଟ୍‍ ମିଶନ୍‍’।

ମାଣ୍ଡିଆକୁ ଦୈନନ୍ଦିନ ଖାଦ୍ୟରେ ସାମିଲ କରିବା ତଥା ମାଣ୍ଡିଆ ଚାଷୀଙ୍କ ଜୀବନ ଓ ଜୀବିକାର ବିକାଶ ଦିଗରେ ସହାୟ ହେବା, ଏହି ଦିବସ ପାଳନର ଉଦ୍ଦେଶ୍ୟ। ଓଡ଼ିଶା ମିଲେଟ୍‌ ମିଶନ ପକ୍ଷରୁ ମାଣ୍ଡିଆର ପ୍ରଚାର ପ୍ରସାର ନିମନ୍ତେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ମା’ମାନଙ୍କୁ ଯୋଡ଼ା ଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ମିଲେଟ୍‌ ଶକ୍ତି ଆଉଟ୍‌ଲେଟ୍‌ ଓ ମିଲେଟ୍‌ କାଫେ ଖୋଲାଯାଉଛି। ଜାତିସଂଘ ଦ୍ବାରା ୨୦୨୩କୁ ଅନ୍ତର୍ଜାତୀୟ ମିଲେଟ୍ ବର୍ଷ ଭାବେ ଘୋଷଣା କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.