ଆଜି ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି, ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ଶ୍ରୀଜୀଉ

ପୁରୀ (କେନ୍ୟୁଜ): ଆଜି ପବିତ୍ର ପୌଷ ପୂର୍ଣ୍ଣିମା ତିଥିରେ ମହାପ୍ରଭୁଙ୍କ ଅନୁଷ୍ଠିତ ହୋଇଛି ପୁଷ୍ୟାଭିଷେକ ବା ଦେବାଭିଷେକ ନୀତି। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହା ଏକ ଅନନ୍ୟ ଉତ୍ସବ। ଆଜି ରତ୍ନସିଂହାସନରେ ଶ୍ରୀଜୀଉ ମାନେ ରାଜରାଜେଶ୍ୱର ବେଶ ବା ସୁନାବେଶରେ ଦର୍ଶନ ଦେବେ।

ଗତକାଲି ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନ ଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯାଇଛି। ପରେ ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମା ଲକ୍ଷ୍ମୀଙ୍କ ମନ୍ଦିର ଜଗମୋହନକୁ ବିଜେ କରିଥିଲେ। ଏବଂ ଏହାପରେ ରତ୍ନସିଂହାସନରେ ମହାପ୍ରଭୁ ମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଛି। ମସ୍ତକରେ କିରିଟ, ପାଦରେ ଶ୍ରୀପୟର, ହାତରେ ଶ୍ରୀଭୁଜ, ହରିଡ଼ାମାଳ, ବାହାଡା ମାଳ,ସେବତୀମାଳ, ଆଡ଼କାନି, ଚନ୍ଦ୍ର ସୂର୍ଯ୍ୟ ଆଦି ବିବିଧ ପ୍ରକାର ସ୍ଵର୍ଣ ଅଳଙ୍କାରରେ ମହାପ୍ରଭୁ ମାନେ ରାଜରାଜେଶ୍ୱର ବେଶରେ ବିଭୂଷିତ ହୋଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.