ଭୁବନେଶ୍ୱର (କେନ୍ୟୁଜ): ଗାଁ ଦାଣ୍ଡରେ ରଜର ମହମହ ବାସ୍ନା । ଆଜି ମଝି ରଜ । ୩ ଦିନିଆ ରଜ ଉତ୍ସବର ଆଜି ଦ୍ବିତୀୟ ଦିନ। ଓଡ଼ିଶାର ଗଣପର୍ବ ରଜ ପାଇଁ ଆଜି ବି ଉତ୍ସବମୁଖର ଗାଁଠୁ ସହର । ଅଳତା, କୁଙ୍କୁମ, ମେହେନ୍ଦି ଲଗାଇ ସଜେଇ ହୋଇ ଦୋଳି ଖେଳୁଛନ୍ତି ଝିଅ ବୋହୂ । ରଜ ସଜବାଜ ହୋଇ ନୂଆ ଡ୍ରେସ୍ ପିନ୍ଧି ଗାଁ ବୁଲୁଛନ୍ତି। ଘରେ ଘରେ ପିଠାପଣାର ମହକ । ପୋଡପିଠା, ଚକୁଳି, ଇଡଲି, ଛୁଞ୍ଚିପତ୍ର, ଆରାସିି, କାକରା ଭଳିକି ଭଳି ପିଠାପଣା ପ୍ରସ୍ତୁତ ହୋଇ ରହିଛି। ଜମିଛି ତାସ୍, ଲୁଡୁ ଏବଂ ଚେସ୍ ଖେଳର ଆସର। ପ୍ରସ୍ତୁତ ହୋଇ ରହିଛି ରଜ ପାନ। ଘରେ ଘରେ ଜମିଛି ବନ୍ଧୁବାନ୍ଧବଙ୍କ ଭିଡ଼ । ରଜ ଓଡ଼ିଶାର ଏକ ପାରମ୍ପରିକ କୃଷି ଭିତ୍ତିକ ପର୍ବ ।
ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି ।
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…
ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…