Below header

ଆଜିି ପବିତ୍ର ଅକ୍ଷୟ ତୃତୀୟା: ଅନୁକୂଳ ହେବ ରଥକାଠ, ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେ ମହାପ୍ରଭୁ

ଆଜି ପବିତ୍ର ଅକ୍ଷୟ ତୃତୀୟା । ଆଜିଠୁ ଆରମ୍ଭ ହେବ ମହାପ୍ରଭୁଙ୍କ ୨୧ ଦିନିଆ ବାହାର ଚନ୍ଦନ ଯାତ୍ରା । ଏହାସହ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ତିନି ରଥ ନିର୍ମାଣର ଶୁଭ ଅନୁକୂଳ କରାଯିବ । ଅପରାହ୍ଣ ସାଢେ ୩ଟାରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଭୂଦେବୀ, ଶ୍ରୀଦେବୀ ଓ ରାମକୃଷ୍ଣ ବିମାନକୁ ବିଜେ କରିବା ପରେ ଶୋଭାଯାତ୍ରାରେ ଶ୍ରୀକ୍ଷେତ୍ରର ପଞ୍ଚମହାଦେବଙ୍କ ବିମାନ ସହ ନରେନ୍ଦ୍ର ପୁଷ୍କରିଣୀକୁ ଯାଇ ଜଳକ୍ରୀଡା କରିବେ ।

ପୁରୀ (କେନ୍ୟୁଜ): ଆଜି ପବିତ୍ର ଅକ୍ଷୟ ତୃତୀୟା ।  ଆଜିଠୁ ଆରମ୍ଭ ହେବ ମହାପ୍ରଭୁଙ୍କ ୨୧ ଦିନିଆ ବାହାର ଚନ୍ଦନ ଯାତ୍ରା ।  ଏହାସହ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ତିନି ରଥ ନିର୍ମାଣର ଶୁଭ ଅନୁକୂଳ କରାଯିବ । ଏଥିପାଇଁ ଶ୍ରୀମନ୍ଦିର, ଜିଲ୍ଲା ପ୍ରଶାସନ ଓ ପୋଲିସ୍ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଚଳିତ ବର୍ଷ ଶ୍ରୀକ୍ଷେତ୍ରକୁ ଅଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

ଭୋରରୁ ମହାପ୍ରଭୁଙ୍କ ଦ୍ବାର ଫିଟିବା ପରେ ଅନ୍ୟାନ୍ୟ ନୀତି ଆରମ୍ଭ ହୋଇଛି ।  ଅପରାହ୍ଣ ସାଢେ ୩ଟାରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଭୂଦେବୀ, ଶ୍ରୀଦେବୀ ଓ ରାମକୃଷ୍ଣ ବିମାନକୁ ବିଜେ କରିବା ପରେ ଶୋଭାଯାତ୍ରାରେ ଶ୍ରୀକ୍ଷେତ୍ରର ପଞ୍ଚମହାଦେବଙ୍କ ବିମାନ ସହ ନରେନ୍ଦ୍ର ପୁଷ୍କରିଣୀକୁ ଯାଇ ଜଳକ୍ରୀଡା କରିବେ ।  ଅନ୍ୟପଟେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ଅପରାହ୍ଣ ୪ଟାରେ ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ଆଜ୍ଞାମାଳ ରଥଖଳାକୁ ଆସିବା ପରେ ସୁବର୍ଣ୍ଣ କୁରାଢ଼ୀରେ ତିନିରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ କରାଯିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।  ତେବେ ଚନ୍ଦନ ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ୨ଜଣ ଆଡିସିନାଲ ଏସପି,୪ ଜଣ ଡିଏସପି,୭ ଜଣ, ଇନ୍ସପେକ୍ଟର, ୧୭ ଜଣ ଏଏସଆଇଙ୍କ ସମେତ ୪ ପ୍ଲାଟୁନ ପୋଲିସ ମୁତୟନ କରାଯିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.